ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ

ବୌଦ୍ଧ ସର୍କିଟ ହାଉସ ଠାରେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ  
ବୌଦ୍ଧ(ବ୍ରାହ୍ମ ମୁହୂର୍ତ୍ତ):- ବୌଦ୍ଧ ସର୍କିଟ ହାଉସ ଠାରେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ  ମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି l ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକ ନବରଙ୍ଗପୁରର ଭଗବାନ ଭତ୍ରା ଙ୍କୁ ବୌଦ୍ଧ ବିଧ୍ୟାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ l ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ଶୁଣିବା ପରେ ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମନ୍ତ୍ରୀ କହିଥିଲେ। ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ। ଏହି ଅବସରରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ,  ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର, ନଗରପାଳ ମୃତ୍ୟୁଞ୍ଜୟ ମିଶ୍ରଙ୍କ ସମତେ ଅନ୍ୟମାନେ ଉପସ୍ଥିତ ରହିଥିଲେ ।

Comments

Popular posts from this blog

ସାମ୍ପ୍ରତିକ ସମାଜରେ ଶ୍ରୀଜଗନ୍ନାଥ ସଂସ୍କୃତିର ମହତ୍ତ୍ୱ

କୁରାଳ ଉଚ୍ଚ ବିଦ୍ୟାଳୟରେ ପରିବେଶ ପାଠଚକ୍ର ଅନୁଷ୍ଠିତ

ଗୁଣପୁର ବ୍ଳକରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ।ମୁଣ୍ଡ ଉପରେ ଛାତ ଆଶା ସଭିଙ୍କ ପୂରଣ ହେବ।